ଗୋଟିଏ ଦିନରେ ସର୍ବାଧିକ ସୁସ୍ଥ ହେବାର ରେକର୍ଡ : ଭଲ ହେଲେ ୪୦୧ କରୋନା ଆକ୍ରାନ୍ତ, ଗଞ୍ଜାମରୁ ସର୍ବାଧିକ

Published By : Prameya-News7 Bureau | July 09, 2020 IST

ଭୁବନେଶ୍ୱର ୦୯।୦୭:  ଆଜି ରାଜ୍ୟରେ ସର୍ବାଧିକ ୪୦୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗୋଟିଏ ଦିନରେ ଏତେ ସଂଖ୍ୟକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିବା ରାଜ୍ୟରେ ଏପର୍ଯ୍ୟନ୍ତ ସର୍ବାଧିକ ରେକର୍ଡ । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ମୋଟ୍ ୭୪୦୭ ଜଣ ଆରୋଗ୍ୟ ଲାଭ କଲେଣି ।

wp:html /wp:html

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୦ଜଣ , ଗଜପତି ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଦେଓଗଡ ଜିଲ୍ଲାରୁ ୧୯ଜଣ, କୋରାପୁଟ ଜିଲ୍ଲାରୁ ୧୮, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ , ବରଗଡ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, କେନ୍ଜୁଝର ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡା ଓ ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ ଲେଖାଏଁ , କନ୍ଧମାଳ ଜିଲ୍ଲାରୁ ୬ଜଣ, ନୟାଗଡ ଓ ସମ୍ବଲପୁର ଜିଲ୍ଲାରୁ ୫ଜଣ ଲେଖାଏଁ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ ରହିଛନ୍ତି ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.