Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ୪୦୩ ଆକ୍ରାନ୍ତ, ଶୀର୍ଷରେ ଏହି ଜିଲ୍ଲା

10/04/2021 at 6:12 PM

ଭୁବନେଶ୍ଵର ୧୦।୦୪: ରାଜ୍ୟରେ କରୋନାର ଦ୍ଵିତୀୟ ଲହର ସହ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ହଜାରେ ଅତିକ୍ରମ କରି ସାରିଛି। ଆଶ୍ଵସ୍ତିକର ବିଷୟ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୩୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟକାରୀଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୦୩ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଶନିବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩ ଜଣ ସୁସ୍ଥ  ହୋଇ ଘରକୁ ଫେରିଥିବା ବେଳେ କଳାହାଣ୍ଡି ୫୭ ସୁସ୍ଥଙ୍କ ସହ ଦ୍ଵିତୀୟରେ ରହିଛି। ସେହି ପରି ବରଗଡ ଜିଲ୍ଲାରୁ ୩୪, ନୂଆପଡାରୁ ୩୨, ସୁନ୍ଦରଗଡରୁ ୩୧, ଅନୁଗୋଳରୁ ୨୭, କଟକରୁ ୨୬, ଝାରସୁଗୁଡାରୁ ୧୭, ସମ୍ବଲପୁରରୁ ୧୪, କେନ୍ଦୁଝରରୁ ୧୨, ପୁରୀରୁ ୯, ଯାଜପୁରରୁ ୮, ଗଞ୍ଜାମରୁ ୭, ନବରଙ୍ଗପୁରରୁ ୬, ବାଲେଶ୍ଵରରୁ ୫, ଢେଙ୍କାନାଳରୁ ୫, କୋରାପୁଟରୁ ୫, ଭଦ୍ରକରୁ ୪, ମୟୂରଭଞ୍ଜରୁ ୪, ରାୟଗଡାରୁ ୪, ସୋନପୁରରୁ ୩, ବଲାଙ୍ଗୀରରୁ ୨, କେନ୍ଦ୍ରାପଡାରୁ ୨, ନୟାଗଡରୁ ୧ ଜଣେ କରୋନାରୁ ଆରୋଗ୍ୟଲାଭ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୮୧୮୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୬୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି।

   Related Posts