Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ, ଅନେକ ଆହତ ହୋଇଛନ୍ତି, କ୍ଷତିପୂରଣ ଘୋଷଣା କଲେ ସିଏମ
  • ||
  • ଆସୁଛି ଲଘୁଚାପ, ୨୮ରୁ ୩ ଦିନ ବର୍ଷିବ: ଦକ୍ଷିଣରେ ହାଲକା ବର୍ଷା ସମ୍ଭାବନା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୫୮୫ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୯ କୋଭିଡ୍ ପଜିଟିଭ୍
  • ||
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୦୭ କୋଭିଡ୍ ପଜିଟିଭ୍

4/10/2021 at 9:18 AM

ଭୁବନେଶ୍ୱର ୦୪।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୮୩୬୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୬୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୪ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ୩୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୮୩୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୦୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୫୦୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୨୩୬୯୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts