Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟରେ ୩ହଜାର ପାର୍‌ କଲା କରୋନା ମୃତ୍ୟୁ ସଂଖ୍ୟା, ଗତ ୨୪ଘଣ୍ଟାରେ ଗଲା ୪୧ଜଣଙ୍କ ଜୀବନ

7/06/2021 at 8:42 AM

ଭୁବନେଶ୍ବର ୦୭।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬୭୫୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts