ଆଶ୍ଵସ୍ତିକର ଖବର: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୪୧୦୧ ସଂକ୍ରମିତ

Published By : Prameya-News7 Bureau | September 18, 2020 IST

ଭୁବନେଶ୍ଵର ୧୮।୦୯: ରାଜ୍ୟରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏବେ ଦୈନିକ ୪ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ସନ୍ତୋଷର କଥା ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ୪୧୦୧ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୧,୩୭, ୫୬୭ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

wp:html /wp:html

ବିଭାଗ ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୮୨ ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି। ସେହିଭଳି କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗିରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ନୂଆପଡାରୁ ୧୧୨, କନ୍ଧମାଳରୁ ୧୦୨ ଜଣ କୋଭିଡ୍-୧୯ରୁ ମୁକ୍ତ ହୋଇଛନ୍ତି।

wp:html /wp:html

ସେହିଭଳି ଗଞ୍ଜାମରୁ ୯୮, ବରଗଡରୁ ୯୪, ରାୟଗଡାରୁ ୮୯, ବାଲେଶ୍ଵରରୁ ୮୦, ସମ୍ବଲପୁରରୁ ୭୮, ଭଦ୍ରକରୁ ୭୭, କେନ୍ଦୁଝରରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡାରୁ ୫୯, ଢେଙ୍କାନାଳରୁ ୫୨, ମୟୂରଭଞ୍ଜରୁ ୪୯, ନୟାଗଡରୁ ୪୭,  ବୌଦ୍ଧରୁ ୩୮, ମାଲକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୬, ଦେବଗଡରୁ ୧୦ ରୋଗୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ଥରେ ଚାରି ହଜାରରୁ ଉର୍ଦ୍ଧ୍ଵ ଅର୍ଥାତ ୪୧୮୦ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୧, ୩୪୧ରେ ପହଞ୍ଚିଛି। ଅନ୍ୟପଟେ ଆଉ ୧୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨ରେ ପହଞ୍ଚିଛି। ଆଜିର ସୁସ୍ଥକୁ ମିଶାଇ ମୋଟ୍ ଆରୋଗ୍ୟସଂଖ୍ୟା ୧,୩୩, ୪୬୬କୁ ବୃଦ୍ଧି ଘଟିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.