Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଦେଶରେ ହ୍ରାସ ପାଉଛି ଦୈନିକ ସଂକ୍ରମଣ , ଗତ ୨୪ଘଣ୍ଟାରେ ୪୧୧୦୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

15/11/2020 at 11:12 AM

ନୂଆଦିଲ୍ଲୀ ୧୫।୧୧: ଭାରତରେ କରୋନା ସଂକ୍ରମଣ ଏବେ କମିବାରେ ଲାଗିଛି । ଗତ ୨୪ଘଣ୍ଟାରେ ଭାରତରେ ୪୧୧୦୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକି ମିଶାଇ ଦେଶରେ ୮୮,୧୪,୫୭୯ରେ ପହଞ୍ଚିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୨,୦୫,୭୨୮ ଲୋକ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଶନିବାର ଦିନ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ତୁଳନାରେ ରବିବାର ଦିନ ଏହି ସଂଖ୍ୟା କମିଛି । ଶନିବାର ଦିନ ୪୭,୯୦୫ଚିହ୍ନଟ ହୋଇଥିବା ବେଳେ ୫୫୦ଜଣଙ୍କ ମୃତ୍ୟୁ ହୋଇଛି ।

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୪୧,୧୦୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଲେ ୪୪୭ଜଣଙ୍କ ମୃତ୍ୟୁ ହୋଇଛନ୍ତି । ଯାହାକୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ମୃତ୍ୟୁ ସଂଖ୍ୟା ୧.୨୯,୬୨୫ରେ ପହଞ୍ଚିଛି । ତେବେ ଦେଶରେ ଏବେ ଆକ୍ଟିଭ୍ କେସ୍‌ ୫ଲକ୍ଷ ତଳେ ରହିଛି । ଗତ ୨୪ଘଣ୍ଟା ମଧ୍ୟରେ ଆକ୍ଟିଭ୍‌ କେସ୍‌ରେ ୧୫୦୩ସଂଖ୍ୟା ହ୍ରାସ ପାଇଛି ।

ରିପୋର୍ଟ ଅନୁସାରେ ଦେଶରେ ବର୍ତ୍ତମାନ ୪,୭୯,୨୧୬ ଆକ୍ଟିଭ୍‌ କେସ ରହିଛି । ଯାହାକି ଦେଶର ବିଭିନ୍ନ ମେଡିକାଲରେ ଚିକିତ୍ସା ଜାରି ରହିଛି । ସେହିପରି ଦେଶରେ ମୋଟ ୮୨,୦୫,୭୨୮ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତ ୨୪ଘଣ୍ଟାରେ ୪୨,୧୫୬ଜଣ କରୋନା ଆକ୍ରାନ୍ତ ମେଡିକାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

   Related Posts