Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

30/11/2020 at 11:19 AM

ଭୁବନେଶ୍ବର ୩୦।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୨୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣଷ ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୯ଜଣଷ ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ା ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୯୦୪୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts