Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରକୁ ଓଡ଼ିଶା ମାଗିଲା ଅଗଷ୍ଟ ବର୍ଷା-ବନ୍ୟାର ସହାୟତା, ଦାବି କଲା ୧୫୬୯.୫୦ କୋଟି ଟଙ୍କା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ରାଜ୍ୟରେ ଚିହ୍ନଟ ହେଲେ ୪୧୮୦ କରୋନା ସଂକ୍ରମିତ,୧୭୧୩୪୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

18/09/2020 at 10:48 AM

ଭୁବନେଶ୍ୱର ୧୮।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୧୩୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୧୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩୩ଜଣ, ବରଗଡ଼ ଜିଲ୍ଲାରୁ ୧୦୦ଜଣ, ଭଦ୍ରକ ଜିଲ୍ଲାରୁ ୮୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୩ଜଣ, ବୌଦ୍ଧ ଜିଲ୍ଲାରୁ ୫୬ଜଣ, କଟକ ଜିଲ୍ଲାରୁ ୪୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୫୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୩ଜଣ, ଯାଜପୁର ଜିଲ୍ଲାରୁ ୧୮୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୭ଜଣ, କନ୍ଧମାଳ ଜିଲ୍ଲାରୁ ୭୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮୮ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୫୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୩ଜଣ, ନୟାଗଡ଼ ଜିଲ୍ଲାରୁ ୫୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୪ଜଣ, ପୁରୀ ଜିଲ୍ଲାରୁ ୧୬୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୭ଜଣ, ସୋନପୁର ଜିଲ୍ଲାରୁ ୬୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୬ଜଣ, ଷ୍ଟେଟ ପୁଲ୍‌ରୁ ୩୩୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୧୩୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୧୪୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୩୪୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୬୭୭୪୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts