ରାଜ୍ୟରେ ଚିହ୍ନଟ ହେଲେ ୪୧୮୯ କରୋନା ସଂକ୍ରମିତ, ୧୮୮୩୧୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | September 22, 2020 IST

ଭୁବନେଶ୍ବର ୨୨।୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୫୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

{"id":332892,"sizeSlug":"large"}

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୦ଜଣ, ବରଗଡ଼ ଜିଲ୍ଲାରୁ ୧୨୮ଜଣ, ଭଦ୍ରକ ଜିଲ୍ଲାରୁ ୩୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୪ଜଣ, ବୌଦ୍ଧ ଜିଲ୍ଲାରୁ ୭୭ଜଣ, କଟକ ଜିଲ୍ଲାରୁ ୫୮୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୪ଜଣ, ଯାଜପୁର ଜିଲ୍ଲାରୁ ୧୮୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୫ଜଣ, କନ୍ଧମାଳ ଜିଲ୍ଲାରୁ ୭୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୩୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧୨ଜଣ, କୋରାପୁଟ ଜିଲ୍ଲାରୁ ୬୩ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୫ଜଣ, ନୟାଗଡ଼ ଜିଲ୍ଲାରୁ ୮୨ଜଣ, ନୂଆପଡ଼ା ଜିଲ୍ଲାରୁ ୫୮ଜଣ, ପୁରୀ ଜିଲ୍ଲାରୁ ୨୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୩ଜଣ, ସୋନପୁର ଜିଲ୍ଲାରୁ ୯୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦୧ଜଣ, ଷ୍ଟେଟ ପୁଲ୍‌ରୁ ୨୪୩ଜଣ ରହିଛନ୍ତି ।

wp:html /wp:html wp:html /wp:html wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୮୩୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୧୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୬୦୪୧୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.