Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||

ରାଜ୍ୟରେ ରେକର୍ଡ ସଂଖ୍ୟକ ୪୧୯୮ କରୋନା ସଂକ୍ରମିତ, ୧୫୫୦୦୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

14/09/2020 at 10:18 AM

ଭୁବନେଶ୍ୱର ୧୪।୦୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୫୦୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୮ଜଣ , ବାଲେଶ୍ୱର ଜିଲ୍ଲାରୁ ୧୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୫ଜଣ, ଭଦ୍ରକ ଜିଲ୍ଲାରୁ ୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୭ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୩୬୭ଜଣ, ଦେଓଗଡ଼ ଜିଲ୍ଲାରୁ ୩୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୦ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୪୪ଜଣ, ଜଗତସିଂହପୁର ଜିଲ୍ଲାରୁ ୯୭ଜଣ, ଯାଜପୁର ଜିଲ୍ଲାରୁ ୧୫୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୫ଜଣ, କଳାହାଣ୍ଡି ଜିଲ୍ଲାରୁ ୯୩ଜଣ. କନ୍ଧମାଳ ଜିଲ୍ଲାରୁ ୭୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୫୮ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୨୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୮ଜଣ, ନୟାଗଡ଼ ଜିଲ୍ଲାରୁ ୪୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୧୬ଜଣ, ପୁରୀ ଜିଲ୍ଲାରୁ ୩୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୦ଜଣ, ସୋନପୁର ଜିଲ୍ଲାରୁ ୭୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯୫ଜଣ, ଷ୍ଟେଟ ପୁଲ୍‌ରୁ ୨୧୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୫୦୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୬୭୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୭୨୫୧୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts