ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ

Published By : Prameya-News7 Bureau | July 04, 2021 IST

ଭୁବନେଶ୍ୱର ୦୪।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":475255,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ବରଗଡ଼ ୫ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା,ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ଼, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୧୮୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୨୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୮୭୪୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୪୦୫୦୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.