Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ, ୩୩୮୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

15/06/2021 at 8:44 AM

ଭୁବନେଶ୍ବର ୧୫।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ଵର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୦୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୦୪୯୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୩୮୮ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୨୭୭୭୭୩୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts