ରେକର୍ଡ : ରାଜ୍ୟରେ କରୋନା ନେଲା ୪୨ଜଣଙ୍କ ଜୀବନ, ୨୯୯୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | June 06, 2021 IST

ଭୁବନେଶ୍ବର ୦୬।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":462163,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୩୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୦୩୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୨୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୯୯୪ଜଣ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୨୧୮୩୧୧୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.