Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ରାଜଧାନୀରେ ଚିହ୍ନଟ ହେଲେ ୪୨, ଆରୋଗ୍ୟ ହୋଇ ଘରକୁ ଫେରିଲେ ୫୬, କମୁଛି ଆକ୍ଟିଭ୍ କେସ୍ ସଂଖ୍ୟା

20/11/2020 at 4:53 PM

ଭୁବନେଶ୍ଵର ୨୦।୧୧: ରାଜ୍ୟରେ କରୋନାର ହଟ୍‌ସ୍ପଟ୍ ପାଲଟିଥିବା ରାଜଧାନୀ ଭୁବେନଶ୍ଵରରେ କରୋନା ସଂକ୍ରମଣ ହ୍ରାସ ଘଟିଛି। ଯେଉଁଠି ଦୈନିକ ଶତାଧିକ ସଂଖ୍ୟାରେ ନୂତନ ସଂକ୍ରମିତ  ଚିହ୍ନଟ ହେଉଥିଲେ ଏବେ ସେଠାରେ ଦିନକୁ ୧୦୦ରୁ କମ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଅନ୍ୟପଟେ ସୁସ୍ଥ ସଂଖ୍ୟା ଅଧିକ ଥିବାରୁ ସକ୍ରିୟ କେସ୍ ସଂଖ୍ୟା କମିବାରେ ଲାଗିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜଧାନୀରେ ଆଉ ୪୨ ଜଣ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ଵର ମହାନଗର ନିଗମ ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛନ୍ତି।

ଆଜି ଚିହ୍ନଟ ୪୨ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯ ଜଣ ଠାବ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୩୩ ରହିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ୍ କରୋନା ରୋଗୀ ସଂଖ୍ୟା ୩୦, ୩୭୨କୁ ବୃଦ୍ଧି ଘଟିଛି। ୫୬ ସୁସ୍ଥ ହେବା ପରେ ଆରୋଗ୍ୟଙ୍କ ସଂଖ୍ୟା ୨୯,୫୩୫ରେ ପହଞ୍ଚିଛି। ଭୁବନେଶ୍ଵରରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦୧ରେ ପହଞ୍ଚିଛି। ଅନ୍ୟପଟେ ଆକ୍ଟିଭ୍ କେସ୍ ସଂଖ୍ୟା ୬୧୫ ରହିଛି।

   Related Posts