Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||
  • ନଭେମ୍ବରରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ
  • ||

ରାଜ୍ୟରେ ଚିହ୍ନଟ ହେଲେ ୪୨୦୯ କରୋନା ସଂକ୍ରମିତ,୧୭୫୫୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

19/09/2020 at 11:00 AM

ଭୁବନେଶ୍ବର ୧୯।୯: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୫୫୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮୩ଜଣ, ବରଗଡ଼ ଜିଲ୍ଲାରୁ ୧୧୬ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୮ଜଣ, ବୌଦ୍ଧ ଜିଲ୍ଲାରୁ ୫୫ଜଣ, କଟକ ଜିଲ୍ଲାରୁ ୪୯୧ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୦ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୬ଜଣ, ଯାଜପୁର ଜିଲ୍ଲାରୁ ୧୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୦ଜଣ, କଳାହାଣ୍ଡି ଜିଲ୍ଲାରୁ ୯୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬୩ଜଣ, କୋରାପୁଟ ଜିଲ୍ଲାରୁ ୧୧୪ଜଣ, ମାଲକାନଗିରି ଜିଲ୍ଲାରୁ ୬୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୨ଜଣ, ନୟାଗଡ଼ ଜିଲ୍ଲାରୁ ୪୭ଜଣ, ନୂଆପଡ଼ା ଜିଲ୍ଲାରୁ ୫୨ଜଣ, ପୁରୀ ଜିଲ୍ଲାରୁ ୩୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୯୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫୪ଜଣ, ସୋନପୁର ଜିଲ୍ଲାରୁ ୮୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୧ଜଣ, ଷ୍ଟେଟ ପୁଲ୍‌ରୁ ୨୧୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୫୫୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୨୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୭୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୧୫୮୨୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts