Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍

25/10/2021 at 9:31 AM

ଭୁବନେଶ୍ୱର ୨୫।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୧ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୬ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୮୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୯୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୮୫୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts