ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୩ଜଣଙ୍କ ଜୀବନ, ୩୧୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

Published By : Prameya-News7 Bureau | June 09, 2021 IST

ଭୁବନେଶ୍ବର ୦୮।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":463404,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫ ଜଣ ରହିଥିବା ବେଳେ ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ ରହିଛନ୍ତି ।ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୧୧୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୩୧୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୫୬୬୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥି ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୮୭୯୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.