ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ

Published By : Prameya-News7 Bureau | June 24, 2021 IST

ଭୁବନେଶ୍ବର ୨୪।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ , ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଜଗତସିଂହପୁର , କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନୟାଗଡ଼, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କନାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":470393,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୦୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୫୩୦୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୬୧ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୩୫୩୧୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.