Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଥମୁନି ମୃତ୍ୟୁ ସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୪୩୨ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା

16/06/2021 at 8:40 AM

ଭୁବନେଶ୍ବର ୧୬।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ପୁରୀ, କଳାହାଣ୍ଡି ଓ ଗଞ୍ଜାମରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ଜଗତସିଂହପୁର, ଝାରସୁଗୁଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର, ନୂଆପଡା, କେନ୍ଦୁଝର, କନ୍ଧମାଳ, ଗଜପତି ଓ ଢେଙ୍କାନାଳରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୬୩୦୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୭୯୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୧୧୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୪୩୨ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୨୮୩୬୪୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts