ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ, ୩୧୬୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

Published By : Prameya-News7 Bureau | June 10, 2021 IST

ଭୁବନେଶ୍ବର ୧୦।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୯୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":463844,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ଅନୁଗୁଳ , ବରଗଡ଼ , କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି , ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର , ବୌଦ୍ଧ , ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଦେଓଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୩୭୨୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୩୩୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୬୪୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥି ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୪୫୭୬୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.