ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍

Published By : Prameya-News7 Bureau | October 17, 2021 IST

ଭୁବନେଶ୍ୱର ୧୭।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୦୭୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୫ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୫ ଜଣ ପଜିଟିଭ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୪୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍‌ରୁ ୫୮ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୦୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୭୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୦୬୧୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.