Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୪ କୋଭିଡ୍ ପଜିଟିଭ୍

27/09/2021 at 9:32 AM

ଭୁବନେଶ୍ୱର ୨୭।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୪୭୬୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୮୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୫୯ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୩୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୪୭୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୦୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୦୮୨୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୭୮୯୨୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts