Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ଗତ ୨୪ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ

1/07/2021 at 8:36 AM

ଭୁବନେଶ୍ୱର ୩୦।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୦୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୧୨୮୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୨୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ଜଣ ୮୭୭୫୪୦ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୬୩ରେ ପହଞ୍ଚିଥିବା ବେଳେ ଅନ୍ୟରୋଗରେ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୮୩୩୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts