ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୫ ଜଣଙ୍କ ଜୀବନ, ୩୩୦୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

Published By : Prameya-News7 Bureau | June 13, 2021 IST

ଭୁବନେଶ୍ବର ୧୩।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":465292,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୪ ଜଣ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ଵର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୫୧୭୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୯୩୬୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୯୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୩୦୨ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୬୫୨୩୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.