Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ରାଜ୍ୟରେ କରୋନା ନେଲା ସର୍ବାଧିକ ଜୀବନ, ଗତ ୨୪ଘଣ୍ଟାରେ ଗଲା ୪୫ଜଣଙ୍କ ଜୀବନ

8/06/2021 at 9:07 AM

ଭୁବନେଶ୍ବର ୦୮।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୫୮୯୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡରୁ ୪, ଗଞ୍ଜାମ, ପୁରୀରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବରଗଡ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬୭୫୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥି ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୮୦ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts