କରୋନାର ଦୈନିକ ସଂକ୍ରମଣରେ ସାମାନ୍ୟ ହ୍ରାସ, ଗତ ୨୪ଘଣ୍ଟାରେ ୪୫୨୦୯ କୋଭିଡ଼ ସଂକ୍ରମିତ ଚିହ୍ନଟ

Published By : Prameya-News7 Bureau | November 22, 2020 IST

ନୂଆଦିଲ୍ଲୀ ୨୨।୧୧: ଦେଶରେ କରୋନା ଭାଇରସରେ ଦୈନିକ ସଂକ୍ରମଣରେ ମାମୁଲି ହ୍ରାସ ପାଇଛି । ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ୪୫,୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶନିବାର ଦିନ ୪୬,୨୩୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନାରୁ ସୁସ୍ଥ ହୋଇଥିବା  ଆକ୍ରାନ୍ତଙ୍କ ସଂଖ୍ୟା  ୮୫ଲକ୍ଷ ଅତିକ୍ରମ ହୋଇଛି ।

wp:html /wp:html

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଗତ ୨୪ଘଣ୍ଟାରେ ଦେଶରେ କରୋନା ଭାଇରସରେ ୪୫,୨୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୧ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନାରେ  ୯୦,୯୫,୮୦୭ଜଣ ଆକ୍ରାନ୍ତ ହୋଇସାରିଛନ୍ତି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୫,୨୧,୬୧୭ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ ମୋଟ ୪୩,୪୯୩ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୫ଲକ୍ଷ ତଳେ ରହିଛି ।

 ରିପୋର୍ଟ ଅନୁସାରେ ଦେଶରେ କରୋନା ଭାଇରସର ଆକ୍ଟିଭ୍ କେସ୍‌ ମୋଟ ୪,୪୦,୯୬୨ରେ ପହଞ୍ଚିଛି । କରୋନା ଭାଇରସରେ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୧,୩୩,୨୨୭ରେ ପହଞ୍ଚିଛି । ତେବେ ଦେଖିବାକୁ ଗଲେ ଦୀପାବଳୀ ପରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଯାହାକି ଏକ ଚିନ୍ତାଜନକ ବିଷୟ ପାଲଟିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.