Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||

କରୋନାର ଦୈନିକ ସଂକ୍ରମଣରେ ପୁଣି ବୃଦ୍ଧି, ଗତ ୨୪ଘଣ୍ଟାରେ ୪୫୫୭୬ ଆକ୍ରାନ୍ତ ଚିହ୍ନଟ

19/11/2020 at 10:07 AM

ନୂଆଦିଲ୍ଲୀ ୧୯।୧୧: ଦେଶରେ କରୋନା ସଂକ୍ରମଣରେ ପୁଣି ଥରେ ବୃଦ୍ଧି ଘଟିଛି । କିଛି ଦିନ ଧରି ଦୈନିକ ସଂକ୍ରମଣ କମିବା ପରେ  ପୁଣି ଥରେ ଏଥିରେ ବୃଦ୍ଧି ଘଟିଛି । ବୁଧବାର ଦିନ ୩୮,୬୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ଘଣ୍ଟାରେ ୪୫,୫୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁଣି ଥରେ ସଂକ୍ରମଣ ବଢିବା ସରକାରଙ୍କୁ ଚିନ୍ତାର ପକାଇଛି । ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୩ଲକ୍ଷ ପାର୍‌ ହୋଇଛି ।

କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ, ଦେଶରେ ଗତ ୨୪ଘଣ୍ଟା ମଧ୍ୟରେ କରୋନା ଭାଇରସରେ ୪୫,୫୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୫ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ୮୯,୫୮,୪୮୪ଜଣ କରୋନାର ଶୀକାର ହୋଇସାରିଛନ୍ତି । ଦେଶରେ ଆକ୍ଟିଭ୍‌ କେସ୍‌ ୫ଲକ୍ଷ ତେଳ ରହିଛି । ବର୍ତ୍ତମାନ ଦେଶରେ ଆକ୍ଟିଭ୍‌ କେସ୍‌ ୪,୪୩,୩୦୩ରେ ରହିଛି । ଗତ ୨୪ଘଣ୍ଟାରେ ଏହି ସଂଖ୍ୟାରେ  ୩,୫୦୨ କମ୍‌ ଆସିଛି ।

ସେହିପରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮୩,୮୩,୬୦୩ରେ ପହଞ୍ଚିଛି । ଗତ ୨୪ଘଣ୍ଟାରେ  ୪୮,୪୯୩ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ କରୋନାରେ ବର୍ତ୍ତମାନ ପର୍ଯ୍ୟନ୍ତ ୧,୩୧,୫୭୮ଜଣ ଲୋକଙ୍କ ମୃତ୍ୟୁ ହୋଇସାରିଛି । ଖାସ୍‌ କରି ଦିଲ୍ଲାରେ ବଢୁଥିବା କରୋନା କେସ୍‌ ବର୍ତ୍ତମାନ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ।

   Related Posts