ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୬ ଜଣଙ୍କ ଜୀବନ

Published By : Prameya-News7 Bureau | June 23, 2021 IST

ଭୁବନେଶ୍ବର ୨୩।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୫୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ , ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

{"id":469891,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୬୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୪୨୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୮୯୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୨୮୩୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.