Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୧ କୋଭିଡ୍ ପଜିଟିଭ୍, ୩୪୧୭୭୨ରେ ପହଞ୍ଚିଲା ସଂକ୍ରମିତଙ୍କ ସଂଖ୍ୟା

2/04/2021 at 11:30 AM

ଭୁବନେଶ୍ବର ୧।୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୯ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୧୭୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୫୮୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୨୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୦୩୯୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts