ଭୁବନେଶ୍ୱର ୦୨।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୭୪୩୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୯୭ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୭ ଜଣ ପଜିଟିଭ ରହିଛନ୍ତି ।
wp:html/wp:htmlCovid-19 Report For 1st October
— I & PR Department, Odisha (@IPR_Odisha) October 2, 2021
New Positive Cases: 478
Of which 0-18 years: 57
In quarantine: 281
Local contacts: 197
(Details of local contacts will be shared by concerned Dist Administration)
District Wise Cases:
1. Angul: 7
2. Balasore: 25
3. Bhadrak: 4
4. Cuttack: 57
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ୪୭ଜଣ ରହିଛନ୍ତି ।
wp:html/wp:html21. Sundargarh: 10
— I & PR Department, Odisha (@IPR_Odisha) October 2, 2021
22. State Pool: 47
New recoveries: 691
Cumulative tested: 20103496
Positive: 1027431
Recovered: 1013833
Active cases: 5336
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୭୪୩୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୩୩୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୧୩୮୩୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୧୦୩୪୯୬ସାମ୍ପୁଲ ଟେଷ୍ଟ୍ ହୋଇଛି ।