ରାଜ୍ୟରେ ୪ହଜାର ଟପିଲା ମୃତ୍ୟୁ ସଂଖ୍ୟା, ଗତ ୨୪ଘଣ୍ଟାରେ କରୋନା ନେଲା ସର୍ବାଧିକ ୪୮ ଜଣଙ୍କ ଜୀବନ

Published By : Prameya-News7 Bureau | June 30, 2021 IST

ଭୁବନେଶ୍ୱର ୩୦।୦୬ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":473347,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ, କଟକ ଓ ନୟାଗଡ଼ରୁ ୫ ଜଣ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, ବୌଦ୍ଧ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ଵର, ଭଦ୍ରକ ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ ଏବଂ ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୪୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୪୩୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୧୮ରେ ପହଞ୍ଚିଥିବା ବେଳେ ଅନ୍ୟରୋଗରେ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.