Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଲାଞ୍ଜିଗଡରୋଡ୍ ପଞ୍ଚାୟତ ୪୮ଘଣ୍ଟା ସଟ୍ ଡାଉନ୍, ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ରହିବ ବଳବତ୍ତର

7/06/2020 at 8:00 AM

କଳାହାଣ୍ଡି ୭।୬: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରୋଡ୍ ଗ୍ରାମପଞ୍ଚାୟତ ୪୮ ଘଣ୍ଟିଆ ସଟ୍ ଡାଉନ୍ କରାଯାଇଛି । ଏହି ସଟ୍ ଡାଉନ୍ ସକାଳ ୬ଟାରୁ ଲାଗୁ ହୋଇଛି । ଏହା ଆସନ୍ତା ୯ ତାରିଖ ଅର୍ଥାତ୍ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବଳବତ୍ତର ରହିବ ।

ଦିନକୁ ଦିନ କରୋନା ଭାଇରସ୍ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଅଞ୍ଚଳର ଭବିଷ୍ୟତକୁ ଦୃଷ୍ଟିରେ ରଖି ଲାଞ୍ଜିଗଡରୋଡ୍ ପଞ୍ଚାୟତକୁ ସରପଞ୍ଚ ଟଙ୍କଧର ମାଝୀ ସଟ୍ ଡାଉନ୍ ଘୋଷଣା କରିଛନ୍ତି ।

ଏହି ସଟ୍ ଡାଉନ୍ ରୁ କେବଳ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସେବାକୁ ବାଦ୍ ଦିଆଯାଇଛି । ଏହି ଅଞ୍ଚଳରେ ଥିବା ଲୋକଙ୍କୁ ବାହାରକୁ ବାହାରିବାକୁ ବାରଣ କରାଯାଇଛି । କେହି ଆଇନ ଉଲଂଘନ କଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ରାଜ୍ୟରେ ୨୭୮୧ ଜଣ କରୋନା ସଂକ୍ରମିତ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରେ ୨୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୨ଟି ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts