Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

କରୋନା ଉପରେ ବଡ ବିଜୟ : ପ୍ଲାଜ୍‌ମା ଥେରାପିରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଆରୋଗ୍ୟ, ଅନ୍ୟ ୧୩ ହେଉଛନ୍ତି ସୁସ୍ଥ

24/07/2020 at 12:44 PM

ଭୁବନେଶ୍ବର ୨୪।୭: ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ କଟକର ୪୮ ବର୍ଷ ବୟସ୍କ ମହିଳା । ସେ ଅଶ୍ବିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହୋଇ ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାସହ ପ୍ଲାଜମା ଥେରାପି ଯୋଗୁଁ ଅନ୍ୟ ୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥତା ଲାଭ କରୁଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଅନ୍ୟପଟେ ୨୪ ଘଣ୍ଟା ମଧ୍ୟରେ ୧୫୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୯୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୨୨ ଜଣ, ବରଗଡ ଜିଲ୍ଲାରୁ ୮ ଜଣ, ଭଦ୍ରକ ଜିଲ୍ଲାରୁ ୬୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ବୌଦ୍ଧ ଜିଲ୍ଲାରୁ ୪୧ ଜଣ, କଟକ ଜିଲ୍ଲାରୁ ୧୩୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୭୩୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୮ ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୧୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କେନ୍ଦୁଝର ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୦ ଜଣ, କୋରାପୁଟ ଜିଲ୍ଲାରୁ ୩୩ ଜଣ, ମାଲକାନଗିରି ଜିଲ୍ଲାରୁ ୯ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫୬ ଜଣ ରହିଛନ୍ତି ।

ସେପଟେ ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି । 

   Related Posts