ଖସୁଛି କରୋନା ଗ୍ରାଫ୍‌ : ଭୁବନେଶ୍ବରରୁ ଦିନକରେ ୪୮୫ ଆକ୍ରାନ୍ତ ଚିହ୍ନଟ, ୧୦୦୪ ସୁସ୍ଥ

Published By : Prameya-News7 Bureau | June 11, 2021 IST

ଭୁବନେଶ୍ବର ୧୧/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୪୮୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୦୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୩୮୩ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୮୩,୧୭୦। ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୭, ୨୪୨ ଜଣ ସୁସ୍ଥ ହୋଇସାରିଛନ୍ତି । ୩୭୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ହଜାର ୫୩୪ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୦୦୪ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

wp:embed {"url":"https://twitter.com/bmcbbsr/status/1403353098890797056","type":"rich","providerNameSlug":"twitter","responsive":true,"className":""}
https://twitter.com/bmcbbsr/status/1403353098890797056
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.