ରାଜ୍ୟରେ କରୋନା ଅଣାୟତ୍ତ, ୨୪ ଘଣ୍ଟାରେ ୪୮୫୧ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | April 21, 2021 IST

ଭୁବନେଶ୍ବର ୨୧।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮୨୩୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୩୧୮ଜଣ, ଭଦ୍ରକ ଜିଲ୍ଲାରୁ ୭୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨୭ଜଣ, ବୌଦ୍ଧ ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୩୦୪ଜଣ, ଦେଓଗଡ଼ ଜିଲ୍ଲାରୁ ୩୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୧ଜଣ, ଗଜପତି ଜିଲ୍ଲାରୁ ୩୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୧ଜଣ, ଜଗତସିଂହପୁର ଜିଲ୍ଲାରୁ ୩୯ଜଣ, ଯାଜପୁର ଜିଲ୍ଲାରୁ ୬୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯୦ଜଣ, କଳାହାଣ୍ଡି ଜିଲ୍ଲାରୁ ୭୯ଜଣ, କନ୍ଧମାଳ ଜିଲ୍ଲାରୁ ୨୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୦୩ଜଣ, କୋରାପୁଟ ଜିଲ୍ଲାରୁ ୬୨ଜଣ, ମାଲକାନଗିରି ଜିଲ୍ଲାରୁ ୩୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୪ଜଣ, ନୟାଗଡ଼ ଜିଲ୍ଲାରୁ ୬୬ଜଣ, ନୂଆପଡ଼ା ଜିଲ୍ଲାରୁ ୪୮୬ଜଣ, ପୁରୀ ଜିଲ୍ଲାରୁ ୨୨୩ଜଣ, ରାୟଗଡ଼ା ଜିଲ୍ଲାରୁ ୮୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୧ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୧୬ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୪୫ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୨୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୯୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୯୩୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୭୦୬୯୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.