କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୪୮୫୨ କୋଭିଡ୍ ପଜିଟିଭ୍ ଚିହ୍ନଟ

Published By : Prameya-News7 Bureau | June 12, 2021 IST

ଭୁବନେଶ୍ୱର ୧୨।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୭୩୧୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬୫ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୮୭ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬୪ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୨୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୫୭ଜଣ, କଟକ ଜିଲ୍ଲାରୁ ୫୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫୦ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୪୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮୦ଜଣ, ଯାଜପୁର ଜିଲ୍ଲାରୁ ୩୮୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬୦ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୯୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୯ଜଣ, କୋରାପୁଟ ଜିଲ୍ଲାରୁ ୮୮ଜଣ, ମାଲକାନାଗିରି ଜିଲ୍ଲାରୁ ୮୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୯୮ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୫୧୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୧୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୫୯୦୩୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.