Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ସାମାନ୍ୟ ବଢିଲା କରୋନା ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୮୮ କୋଭିଡ୍ ପଜିଟିଭ୍

31/10/2021 at 9:42 AM

ଭୁବନେଶ୍ୱର ୩୧।୧୦ : ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୧୪୫୭ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୫୦ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନାୟଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୫୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୪୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୮୬୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୯୯୪୩୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts