Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୯୪ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫୩୯୨କୁ ବୃଦ୍ଧି

16/07/2020 at 9:31 AM

ଭୁବନେଶ୍ୱର ୧୬।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୩୯୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୩୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ ଜିଲ୍ଲାରୁ ୧୬ଜଣ, ନୂଆପଡା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୩୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୮୧୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୬୧୯୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts