Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||

ମିଜୋରାମରେ ଭୂକମ୍ପ ଝଟ୍‌କା ଅନୁଭୂତ, ରିକ୍ଟର ସ୍କେଲରେ ତୀବ୍ରତା ୫.୨

14/11/2020 at 4:11 PM

ଆଇଜଲ୍ ୧୪।୧୧: ଭାରତର ଉତ୍ତର-ପୂର୍ବ ରାଜ୍ୟ ମିଜୋରାମରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସିସମୋଲୋଜି ଅନୁସାରେ ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୨ ରହିଛି । ଏହି ଭୂକମ୍ପ ମିଜୋରାମର ଚମ୍ପାଇ ଜିଲ୍ଲାର ୧୧୯ କିଲୋମିଟର ପୂର୍ବରେ ସଂଗଠିତ ହୋଇଥିବା କୁହାଯାଉଛି । ଏପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ ।

ମିଜରାମର ଚମ୍ପାଇ ଅଞ୍ଚଳ ଭୂମିକମ୍ପ ପାଇଁ ସମ୍ବେଦନଶୀଳ ବୋଲି କୁହାଯାଇଥାଏ । ଏହି ଅଞ୍ଚଳରେ ବାରମ୍ବାର ଭୂକମ୍ପ ଝଟକା ଅନୁଭୂତ ହୋଇଥାଏ । ଗତ ମାସରେ ମଧ୍ୟ ଏହି ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା ।

   Related Posts