Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ପୁଞ୍ଛରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ : ୫ ଯବାନ ସହିଦ

11/10/2021 at 1:29 PM

ଶ୍ରୀନଗର ୧୧।୧୦: ଜମ୍ମୁକାଶ୍ମୀରରେ କିଛି ଦିନ ହେବ ଆତଙ୍କବାଦୀଙ୍କ ଆକ୍ରମଣ ଜାରି ରହିଛି । ଆତଙ୍କବାଦୀଙ୍କୁ କଡା ଜବାବ ଦେବାକୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଲଗାତର ଅପରେସନ ଜାରି ରହିଛି । ସୋମବାର ଦିନ ଜମ୍ମୁକାଶ୍ମୀର ପୁଞ୍ଛ ଜିଲ୍ଲାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟ ଗୁଳିବିନିମୟ ହୋଇଛି । ଗୁଳିବିନିମୟ ଫଳରେ ସେନାର ୪ଜଣ ଯବାନ ଏବଂ ଜଣେ ଜେସିଓ ସହିଦ ହୋଇଛନ୍ତି । ଗୁଳିବିନିମୟରେ ୫ଜବାନ ଗୁରୁତର ହୋଇଥିଲେ । ପରେ ସେମାନେ ସହିଦ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ପୁଞ୍ଛ ଜିଲ୍ଲାର ଚମରେର ଜଙ୍ଗଲରେ ଆତଙ୍କବାଦୀମାନେ ଲୁଚି ରହିଥିବା ସୂଚନା ମିଳିଥିଲା । ମୁଗଲ ରୋଡ୍ ନିକଟ ଚମରେର ଦେଇ ଆତଙ୍କବାଦୀମାନେ ଅନୁପ୍ରବେଶ କରିଥିବା ଜଣାପଡିଥିଲା । ଏହାପରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସୋମବାର ସକାଳୁ ହିଁ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି ।

ସୁରକ୍ଷାକର୍ମୀ ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍ କରିଦେଇଛନ୍ତି । ଜଙ୍ଗଲରେ ୩ରୁ ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରାଯାଉଛି । ଏନକାଉଣ୍ଟର ବେଳେ ସେନାର ୪ ଜଣ ଯବାନ ଏବଂ ଜଣେ ଜେସିଓ ମଧ୍ୟ ଗୁରୁତର ହୋଇଥିଲେ । ପରେ ୫ ଜଣ ଯବାନ ସହିଦ ହୋଇଛନ୍ତି ।

   Related Posts