Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ରାଜ୍ୟରେ କରୋନା ନେଲା ଆଉ ୫ଜଣଙ୍କ ଜୀବନ, ୨୦୭୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

3/05/2021 at 8:59 AM

ଭୁବନେଶ୍ୱର ୦୨।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୯୧୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩ ଜଣ ଏବଂ ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୧୫୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts