Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର

3/03/2021 at 8:50 PM

ଢେଙ୍କାନାଳ, ୦୩/୦୩: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାମର୍ଦା ଗ୍ରାମରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ଏହି ଅଗ୍ନିକାଣ୍ଡରେ ୫ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି ।

ସୂଚନା ଅନୁସାରେ ଆଜି ଅପରାହ୍ନ ସମୟରେ ଗ୍ରାମର ପ୍ରମୋଦ ସାହୁଙ୍କ ଘରେ ପ୍ରଥମେ ନିଆଁ ଲାଗିଥିଲା ।  ଅଗ୍ନିକାଣ୍ଡର ପ୍ରକୋପ ଏତେ ଜୋର ଥିଲା ଯେ, ଚାହୁଁ ଚାହୁଁ ତାଙ୍କର ୫ ବଖରା ଘରକୁ ନିଆଁ ବ୍ୟାପିଯାଇଥିଲା । ଘର ଭିତରେ ଥିବା ସମସ୍ତ ଜିନିଷ ପତ୍ରରୁ କିଛି ବି ସେମାନେ ଉଦ୍ଧାର କରିପାରିନଥିଲେ । ଘରର ସମସ୍ତ ଆସବାପତ୍ର ସହ ଧାନ, ଚାଉଳ, ମୁଗ, ବିରି ଆଦି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି ।

ଖବର ପାଇ କାମାକ୍ଷାନଗର ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ଫଳରେ ଗ୍ରାମର ଅନ୍ୟ ଘର ସବୁ ଅଗ୍ନିକାଣ୍ଡରୁ ବର୍ତି ଯାଇଛି । ତେବେ ଅଗ୍ନିକାଣ୍ଡର  ସଠିକ  କାରଣ ଜଣାପଡିନାହିଁ ।

   Related Posts