ଫୋକସ୍‌ରେ ପଶ୍ଚିମ ଓଡିଶା : ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ

Published By : Prameya-News7 Bureau | January 19, 2021 IST

ସମ୍ବଲପୁର ୧୯।୧: ଏବେ ଫୋକସରେ ପଶ୍ଚିମ ଓଡିଶା । ମା’ ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ଆରମ୍ଭ ହୋଇଛି ବ୍ଲୁ ପ୍ରିଣ୍ଟ । ମଙ୍ଗଳବାର ସମ୍ବଲପୁର ଗସ୍ତରେ ଯାଇ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ଦେଖିଛନ୍ତି 5-T ସଚିବ ଭି.କେ. ପାଣ୍ଡିଆନ ।

{"id":394689,"sizeSlug":"large","linkDestination":"none"}

ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶ୍ବିକ ଉନ୍ନତିକରଣ କାର୍ଯ୍ୟ ନେଇ ସମୀକ୍ଷା କରିଛନ୍ତି ସଚିବ । ପୂର୍ବରୁ ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ବରୀ ମନ୍ଦିରର ଉନ୍ନତିକରଣ ପାଇଁ ଘୋଷଣା କରିଥିଲେ ।

{"id":394690,"sizeSlug":"large","linkDestination":"none"}

ପ୍ରଥମେ ଜମାଦାରପାଲି ଏୟାରଷ୍ଟ୍ରିପକୁ ହେଲିକେପ୍ଟର ଯୋଗେ ଆସିଥିଲେ 5-T ସଚିବ । ଏଠାରୁ ମା’ ସମଲେଶ୍ବରୀ ମନ୍ଦିରରେ ପହଞ୍ଚି ବୁଲି ଦେଖିଥିଲେ । 5-T ସଚିବଙ୍କ ସହ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ପୂର୍ତ୍ତ ସଚିବ କ୍ରିଷନ୍ କୁମାର, ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ ପ୍ରମୁଖ ସାମିଲ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.