ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି

NEWS7
5-year-child-corona-positive-in-jharsuguda

ଭୁବନେଶ୍ୱର ୧୪/୦୨: ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ବ୍ଲକରୁ ରାଜ୍ୟ ସ୍ତର ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ ଓଡ଼ିଆରେ ହେବ । ସମସ୍ତ ନୋଟିସ୍, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡ଼ିଆରେ ହେବ । ଖିଲାପ କଲେ ତାଗିଦ ସହ କାରଣ ଦର୍ଶାଅ ନୋଟିସ୍ ଜାରି ହେବ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ ।

ସୂଚନା ଥାଉକି, ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟମାନଙ୍କରେ ତଥା ବ୍ଳକ, ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ଓଡିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରାଯିବ । ଏହି ସମ୍ପର୍କରେ ରାଜ୍ୟ ସରକାରଙ୍କ ଦ୍ବାରା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସୁବିସ୍ତୃତ ନିର୍ଦ୍ଦେଶାବଳୀକୁ ପାଳନ କରାଯିବ । ସେହିଭଳି ସରକାରୀ କାର୍ଯ୍ୟାଳୟରୁ ପ୍ରକାଶ ପାଉଥିବା ସମସ୍ତ ନୋଟିସ, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡିଆ ଭାଷାରେ କରାଯିବ ।

​​​​​​​

ଏହାସହ ଯେଉଁ ଅଧିକାରୀ ଏହାର ଖୁଲାପ କରିବେ, ତାଙ୍କୁ ଏହି ବିଷୟରେ ତାଗିଦ କରାଯିବ ଓ ଆବଶ୍ୟକ ହେଲେ କାରଣ ଦର୍ଶାଅ ନୋଟିସ ଜାରି କରାଯିବ । ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସମସ୍ତ ଅଧସ୍ତନ କାର୍ଯ୍ୟାଳୟ, ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ଅନୁଷ୍ଠାନ ଯେପରିକି ବିଭିନ୍ନ ନିଗମ, ପୌର ସଂସ୍ଥା ଓ ସ୍ବୟଂ ଚାଳିତ ସଂସ୍ଥା ଇତ୍ୟାଦି ଏହି ନିର୍ଦ୍ଦେଶକୁ ପାଳନ କରିବେ ।