Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

୫ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ: ଅଭିଯୁକ୍ତକୁ ଗିରଫ କଲା ପୋଲିସ୍

15/06/2020 at 4:31 PM

ଚାନ୍ଦବାଲି୧୫/୬: ଏକ ଅଭାବନୀୟ ଘଟଣା ଘଟିଛି। ଜଣେ  ପାଞ୍ଚ ବର୍ଷର ନାବାଳିକା ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଚରଦିଆ ପଞ୍ଚାୟତ ଚରଦିଆ ଗ୍ରାମରେ  ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ ଚଡଦିଆ  ଗ୍ରାମର ପାଗଳ ମହାଳିକଙ୍କ  ୫ ବର୍ଷର ନାବାଳିକା ଝିଅକୁ ଉକ୍ତ ଗ୍ରାମର ଗାନ୍ଧରୀ ମହାଳିକଙ୍କ ୩୨ ବର୍ଷର ପୁଅ ବାଚୁ ମହାଳିକ (ବାପି) ବଳପୂର୍ବକ ଉଠାଇ ନେଇ ଦୁଷ୍କର୍ମ କରିଥିବା ନାବାଳିକାର ବାପା ବାଁଶଡା ଥାନାରେ ଅଭିଯୋଗ କରିଛନ୍ତି। ଏହାପରେ ପୋଲିସ ପସ୍କୋ ଆକ୍ଟ ଅନୁଯାୟୀ ଆସାମୀକୁ ଗିରଫ କରିଥିବା ଜଣାପଡିଛି। ଉକ୍ତ ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ପୋଲିସ ମୁତୟନ କରାଯାଇଛି।

   Related Posts