Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

୫୦ କେଜିର ଗଞ୍ଜେଇ ଜବତ, ୨ ମାଫିଆ ଗିରଫ

31/10/2021 at 7:32 AM

ଲମତାପୁଟ. ୩୧|୧୦: ମାଛକୁଣ୍ଡ ପୋଲିସକୁ ବଡ଼ ସଫଳତା । ଲମତାପୁଟରେ ୨୪ ଘଣ୍ଟିଆ ନାକାବନ୍ଦୀ ଚାଲିଥିବା ବେଳେ ଗଳା ବାଟ ଦେଇ ଗଞ୍ଜେଇ ଚୋରା ଚାଲାଣ କରୁଛନ୍ତି ଗଞେଇ ମାଫିଆ ।

ସୂଚନାନୁସାରେ, ଅନକାଡେଲିରୁ ଉତ୍ତର ପ୍ରଦେଶ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରିଛି ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସ.ଡ଼ି.ପିଓଙ୍କ ନେତୃତ୍ଵରେ ମାଛକୁଣ୍ଡ ଲମତାପୁଟ ପୋଲିସ କଡ୍ରି ଗାଁ ନିକଟ ଶିବମନ୍ଦିର ନିକରେ ଜଗି ରହିଥିଲା । ଦ୍ରୁତ ଗତିରେ ଆସୁଥିବା କାରକୁ ଅଟକାଇ ଯାଞ୍ଚ କରିବାରୁ ୨ଟି ବସ୍ତାରୁ ପ୍ରାୟ ୫୦ କେଜି ଗଞ୍ଜେଇ ଜବତ କରିଥିଲା ପୋଲିସ ।

କାରରେ ଥିବା ଦୁଇ ଗଞ୍ଜେଇ ମାଫିଆଙ୍କୁ ମଧ୍ୟ କାବୁ କରିବାରେ ସଫଳ ହୋଇଥିଲା ପୋଲିସ । ଏହି ଗଞ୍ଜେଇ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହଛି । ଗିରଫ ବ୍ୟକ୍ତିମାନେ ଅନକାଡେଲି କଦମଗୁଡା ର ସୁକଦେବ ସୀସା ଏବଂ ଉତ୍ତର ପ୍ରଦେଶର ଅଞ୍ଚଳର ସନ୍ତୋଷ ୟାଦେବ ବୋଲି ଜଣା ପଡିଛି ।

   Related Posts