Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ଗତ ୨୪ଘଣ୍ଟାରେ କରୋନା ନେଲା ୫୧ ଜଣଙ୍କ ଜୀବନ

6/07/2021 at 8:48 AM

ଭୁବନେଶ୍ୱର ୦୬।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୪୮୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ, ଢେଙ୍କାନାଳ, ମୟୂରଭଞ୍ଜରୁ ୫ ଲେଖାଏଁ, କଟକ, ଯାଜପୁର, ନୟାଗଡ, ପୁରୀ, ସୁନ୍ଦରଗଡରୁ ୩ ଲେଖାଏଁ, ଭଦ୍ରକ, ଦେବଗଡ, ଗଞ୍ଜାମ, ଜଗତସିଂହପୁରରୁ ୨ ଜଣ ଲେଖାଏଁ, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୭୧୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୭୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୯୪୧୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୯୯ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୪୧୮୮୬୯୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts