Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ରାଜଧାନୀରେ ଚିହ୍ନଟ ହେଲେ ୫୧ ସଂକ୍ରମିତ, ସୁସ୍ଥ ହୋଇ ଘରକୁ ଫେରିଲେ ୭୧

14/11/2020 at 5:57 PM

ଭୁବନେଶ୍ଵର ୧୪।୧୧: ଦୀର୍ଘ ତିନିରୁ ଚାରି ମାସ ହେବ କରୋନାର ହଟ୍‌ସ୍ପଟ୍ ପାଲଟିଥିବା ରାଜଧାନୀ ଭୁବନେଶ୍ଵରରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସିଛି। କରୋନା ସଂକ୍ରମଣ ହ୍ରାସ ପାଇବା ଡାକ୍ତରୀ ଦଳକୁ ଆଶ୍ଵସ୍ତି କରିଛି। ଦିନେ ରାଜଧାନୀରୁ ଯେଉଁଠି ଶହ ଶହ ନୂତନ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ଏବେ ସେଠି ଦୈନିକ ୧୦୦ରୁ କମ୍ ଚିହ୍ନଟ ହେଉଛନ୍ତି। ଏଥିସହ ସଂକ୍ରମିତଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ଅଧିକ ରହୁଛି।

ଏହି କ୍ରମରେ ଗତ ୨୪ ଘଣ୍ଟାରେ ୫୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ଟପି ୩୦,୦୭୦ରେ ପହଞ୍ଚିଛି।। ଅପରପକ୍ଷେ ୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଭୁବନେଶ୍ଵର ମହାନଗର ନିଗମ(ବିଏମସି) ଟ୍ଵିଟ୍ କରି ଶନିବାର ଏହାର ସୂଚନା ଦେଇଛି।

ବିଏମସି ଅନୁଯାୟୀ ନୂତନ ଚିହ୍ନଟ ୫୧ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬ ଠାବ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ କେସ୍ ସଂଖ୍ୟା ୩୫ ରହିଛି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୭୦କୁ ବୃଦ୍ଧି ଘଟିଛି। ଅନ୍ୟପଟେ ସୁସ୍ଥ ସଂଖ୍ୟା ୨୯୧୪୫ରେ ପହଞ୍ଚିଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୨ରେ ପହଞ୍ଚିଛି। ସକ୍ରିୟ କେସ୍ ସଂଖ୍ୟା ୭୧୨ ରହିଛି।

   Related Posts