Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ରାଜଧାନୀରେ ଚିହ୍ନଟ ହେଲେ ୫୭ ସଂକ୍ରମିତ, ସୁସ୍ଥ ହୋଇ ଘରକୁ ଫେରିଲେ ୭୫

15/11/2020 at 4:45 PM

ଭୁବନେଶ୍ଵର ୧୫।୧୧: ନଭେମ୍ବର ମାସରେ କରୋନା ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଦୀର୍ଘ ତିନିରୁ ଚାରି ମାସ ହେବ କରୋନାର ହଟ୍‌ସ୍ପଟ୍ ପାଲଟିଥିବା ରାଜଧାନୀ ଭୁବନେଶ୍ଵରରେ କରୋନା ସ୍ଥିତି ନିୟନ୍ତ୍ରଣକୁ ଆସୁଥିବାର ଦେଖିବାକୁ ମିଳିଛି । କରୋନା ସଂକ୍ରମଣ ହ୍ରାସ ପାଇବା ଡାକ୍ତରୀ ଦଳକୁ ଆଶ୍ଵସ୍ତି କରିଛି। ଦିନେ ରାଜଧାନୀରୁ ଯେଉଁଠି ଶହ ଶହ ନୂତନ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ଏବେ ସେଠି ଦୈନିକ ୧୦୦ରୁ କମ୍ ଚିହ୍ନଟ ହେଉଛନ୍ତି। ଏଥିସହ ସଂକ୍ରମିତଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ଅଧିକ ରହୁଛି।

ଏହି କ୍ରମରେ ଗତ ୨୪ ଘଣ୍ଟାରେ ୫୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ରାଜଧାନୀରେ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ଟପି ୩୦,୧୨୭ରେ ପହଞ୍ଚିଛି।। ଅପରପକ୍ଷେ ୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଭୁବନେଶ୍ଵର ମହାନଗର ନିଗମ(ବିଏମସି) ଟ୍ଵିଟ୍ କରି ଶନିବାର ଏହାର ସୂଚନା ଦେଇଛି।

ସେହିପରି ବିଏମସି ଅନୁଯାୟୀ ନୂତନ ଚିହ୍ନଟ ୫୭ ସଂକ୍ରମିତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧ ଠାବ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ କେସ୍ ସଂଖ୍ୟା ୪୬ ରହିଛି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୧୨୭କୁ ବୃଦ୍ଧି ଘଟିଛି। ଅନ୍ୟପଟେ ସୁସ୍ଥ ସଂଖ୍ୟା ୨୯୨୨୦ରେ ପହଞ୍ଚିଛି। କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୬ରେ ପହଞ୍ଚିଛି। ସକ୍ରିୟ କେସ୍ ସଂଖ୍ୟା ୬୯୦ ରହିଛି।

   Related Posts