Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୧୦ କୋଭିଡ୍ ପଜିଟିଭ୍

20/09/2021 at 9:34 AM

ଭୁବନେଶ୍ୱର ୨୦।୦୯ : ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୨୦୭୫୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୩୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୭୮ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୨୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯୭ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୦୭୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୪୯୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୭୦୬୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୩୧୯୧୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts